• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଭଳ ଯୋଗ, ପଡ଼ିଛି ମାଆ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ୨ୟା ଦିବା ୦୮.୦୦ ଗତେ ୩ୟା ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ-୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୮.୦୦ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Friday 29 Dec 2023

ଧନିଷ୍ଠା- ତୈଳବୀଜ ବ୍ୟବସାୟରେ ବେଶ୍ ଲାଭବାନ୍ ହେବେ । କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ପରିବାରରେ ନିଜର ପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ । 

ଶତଭିଷା- ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ । କ୍ୟାରିୟର କୁ ନେଇ ସାମାନ୍ୟ ଚିନ୍ତିତ ରହିପାରନ୍ତି । ରାଜନୀତିରେ ଶତ୍ରୁମାନେ ଭୟବିତ ହେବେ । 

ପୂ,ଭାଦ୍ରପଦ- ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ।  ଖେଳାଳି ମାନଙ୍କ ପାଇଁ ଦିନଟି ଶୁଭ ରହିବ । 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ