• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଭଳ ଯୋଗ, ପଡ଼ିଛି ମାଆ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ୨ୟା ଦିବା ୦୮.୦୦ ଗତେ ୩ୟା ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ-୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୮.୦୦ ପର୍ଯ୍ୟନ୍ତ ।

Cancer

କର୍କଟ

Friday 29 Dec 2023

ପୁନର୍ବସୁ- ସ୍ୱାସ୍ଥ୍ୟ ଭଲରହିବା  ସହ ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । 

ପୁଷ୍ୟା- ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ । ବିଦ୍ୟରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ।

ଅଶ୍ଲେଷା- ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । କ୍ରୋଧକୁ ଦମନ କରି ହସ ଖୁସିର ବାତାବରଣ ସୃଷ୍ଟି କରନ୍ତୁ ।  ଅର୍ଥସଙ୍କଟ ଲାଗି ରହିବାରୁ ସାମାନ୍ୟ ବିଚଳିତ ଅନୁଭବ କରିପାରନ୍ତି।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ