• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଭଳ ଯୋଗ, ପଡ଼ିଛି ମାଆ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି

ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥ- ୨ୟା ଦିବା ୦୮.୦୦ ଗତେ ୩ୟା ଘାତଚନ୍ଦ୍ର- ନାସ୍ତି । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ-୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୮.୦୦ ପର୍ଯ୍ୟନ୍ତ ।

Virgo

କନ୍ୟା

Friday 29 Dec 2023

ଉ,ଫଳଗୁନି- ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ମାନେ ପରାଜିତ ହେବେ । ଘରୋଇ ବ୍ୟବସାୟରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ପ୍ରେମିକ ପ୍ରେମିକା ମାନେ ଗୁପ୍ତ ପ୍ରେମରେ ସଫଳ ହେବେ ।

ହସ୍ତା- ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ନୂତନ କାର୍ଯ୍ୟ ଆରମ୍ଭ କଲେ କ୍ଷତିରେ ପଡିବେ ।

ଚିତ୍ରା- ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ