ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି।
ମଘା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।
ପୂ,ଫାଲଗୁନି- ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧ୍ୟାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।
ଉ,ଫାଲଗୁନି- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ।
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧