• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Virgo

କନ୍ୟା

Saturday 29 Jul 2023

ଉ- ଫାଲ୍‌ଗୁନୀ- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ହସ୍ତା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳାମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।

ଚିତ୍ରା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ