• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th July 2023: ସାବଧାନ ! ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ଦେଖାଦେବ ସମସ୍ୟା

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର ଚନ୍ଦ୍ର - ବିଛା ଅହୋରାତ୍ର । ତିଥି - ୧୧ଶୀ ଦିବା ୦୧.୦୫ ଗତେ ୧୨ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୩୩ ଗତେ ତୁଳା, କୁମ୍ଭ । ଘାତ ବାର - ବୃଷ, ସିଂହ ଓ କନ୍ୟା ।

Libra

ତୁଳା

Saturday 29 Jul 2023

ଚିତ୍ରା - ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ପାରବାରିକ ଜୀବନରେ ଆବଶ୍ୟକ ସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତ୍ତମ ହେବ ।

ସ୍ୱାତୀ - ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢ଼ିବ । ରାଜନୀତିରେ ଶତ୍ରୁ ଓ ବିରୋଧି ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।

ବିଶାଖା - ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚିତ ଅର୍ଥ ବ୍ୟୟ ହୋଇପାରେ । ଭୂ-ସମ୍ପତିକୁ ନେଇ ଚିନ୍ତାରେ ରହିବେ । ମହିଳାମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ । 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ