ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।
କୃତିକା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।
ରୋହିଣୀ- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ ।
ମୃଗଶିରା- କୋର୍ଟରେ ଅପବ୍ୟବହାର ଦେଖାଇବେ । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ