ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।
ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।
ସ୍ୱାତୀ- ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।
ବିଶାଖା- ରାଜନିତିରେ ଆଗ୍ରହ ବଢିପାରେ । ଛାତ୍ରଛାତ୍ରୀମାନେ ପଢାରେ ସହଯୋଗ ପାଇବେ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ