ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ଅହୋରାତ୍ର । ତିଥି – ୮ମୀ ରାତ୍ରି ୦୯.୦୭ ଗତେ ୯ମୀ । ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର । ଘାତ ବାର - କର୍କଟ ।
ଅଶ୍ୱନୀ- ମନରେ ସାମାନ୍ୟ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ ।
ଦ୍ୱିଜା- ବେପାରରେ ବକେୟା ଅର୍ଥ ପାଇବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।
କୃତିକା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ