ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର – ସିଂହ ଦିବା ୦୮.୫୪ ଗତେ କନ୍ୟା,ତିଥି – ୯ମୀ ଦିବା ୧୧.୪୯ ଗତେ ୧୦ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଦିବା ୦୮.୫୪ ଗତେ ବୃଷ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୪.୨୮ ପର୍ଯ୍ୟନ୍ତ
ଧନିଷ୍ଠା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।
ଶତଭିଷା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ
ପୂ, ଭାଦ୍ରପଦ- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮