ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର – ସିଂହ ଦିବା ୦୮.୫୪ ଗତେ କନ୍ୟା,ତିଥି – ୯ମୀ ଦିବା ୧୧.୪୯ ଗତେ ୧୦ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଦିବା ୦୮.୫୪ ଗତେ ବୃଷ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୪.୨୮ ପର୍ଯ୍ୟନ୍ତ
ମଘା- ଶାରୀରିକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ
ପୂ- ଫାଲ୍ଗୁନୀ- ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ
ଉ- ଫାଲ୍ଗୁନୀ- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନିତିରେ ଆଶା କରିଥିବା ଖବର ପାଇ ଖୁସୀ ହୋଇ ଯିବେ
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧