ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର – ସିଂହ ଦିବା ୦୮.୫୪ ଗତେ କନ୍ୟା,ତିଥି – ୯ମୀ ଦିବା ୧୧.୪୯ ଗତେ ୧୦ମୀ,ଘାତ ଚନ୍ଦ୍ର – କର୍କଟ ଓ ମକର ଦିବା ୦୮.୫୪ ଗତେ ବୃଷ,ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୪.୨୮ ପର୍ଯ୍ୟନ୍ତ
ଉ, ଷାଢା- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ
ଶ୍ରବଣା- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ଧନିଷ୍ଠା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । କିଣା ବିକା ବେଳେ ସାବଧନତା ଅବଲମ୍ବନ କରନ୍ତୁ ।
ପ୍ରତିକାର – ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮