• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୀର୍ଘଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ବୁଧବାର । ଚନ୍ଦ୍ର- ମକର ରାତ୍ରି ୦୮.୦୫ ଗତେ କୁମ୍ଭ,ତିଥି-୬ଷ୍ଠୀ ଦିବା ୦୧.୪୦ ଗତେ ୭ମୀ ,ଘାତଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୦୫ ଗତେ ମିଥୁନ ଓ ମୀନ ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୦୧.୪୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Leo

ସିଂହ

Wednesday 29 May 2024

ମଘା- ପରିବାରରେ ଭୁଲ୍ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବନ୍ଧୁତ୍ୱ ସୃଷ୍ଟି ହେବ ।

ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଅସୁବିଧା ଆସିପାରେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ

ଉ,ଫାଲଗୁନି- ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ । ବ୍ୟବସାୟିକ ଦିଗଟି ଗତାନୁଗତିକ ରୀତିରେ ଗଡ଼ିଚାଲିବ । ବାଦ ବିବାଦ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :