• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Pisces

ମୀନ

Friday 29 Sep 2023

ପୂ, ଭାଦ୍ରପଦ- ମହିଳା ଓ ପୁରୁଷ ସହକର୍ମୀ ମାନଙ୍କର ସମର୍ଥନ ଯୋଗୁଁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ଲାଭ ପାଇବା ସହ ଆର୍ଥିକ ସ୍ଥିତି ବୃଦ୍ଧି ହେବ ।

ଉ, ଭାଦ୍ରପଦ- ରାଜନୀତି ସଙ୍ଗଠନ ସୁଦୃଢ ହେବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ରେବତୀ-ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- କଦଳି ଗଛକୁ ଜଳ ପ୍ରଦାନ କରନ୍ତୁ