• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th September 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଚନ୍ଦ୍ର –ମୀନ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୩.୨୭ ଗତେ ପ୍ରତିପଦ । ଘାତ ଚନ୍ଦ୍ର -ଧନୁ ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ ।

Virgo

କନ୍ୟା

Friday 29 Sep 2023

ଉ- ଫାଲ୍‌ଗୁନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ ।

ହସ୍ତା- ଭ୍ରମଣ ,ମନୋରଞ୍ଜନ କୁ ବେଶୀ ଗୁରୁତ୍ୱ ଦେଇ ପାରନ୍ତି । ଆପଣ ଆପଣଙ୍କ ଖାଲି ସମୟରେ ଘର ସଫାସଫି କରିବାକୁ ପସନ୍ଦ କରିବେ । ଜୀବନର ଆନନ୍ଦ ନେବାକୁ ହେଲେ ବନ୍ଧୁମାନଙ୍କୁ ସମୟ ଦେବା ଦରକାର ।

ଚିତ୍ରା- ବନ୍ଧୁଙ୍କ ସହାୟତା ଲାଭକରି କାର‌୍ୟ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର-ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ