ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର- ବିଛା ଦିବା ୦୩.୪୫ ଗତେ ଧନୁ, ତିଥି- ପ୍ରତିପଦ ଦିବା ୧୨.୪୩ ଗତେ ୨ୟା, ଘାତଚନ୍ଦ୍ର- ଦିବା ୦୩.୪୫ ଗତେ ତୁଳା ଓ କୁମ୍ଭ ରାଶିର,ଘାତବାର- ମିଥୁନ ରାଶିରପୁଷ୍କର ଦୋଷ- ଦିବା ୧୨.୪୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
କୃତିକା- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ରୋହିଣୀ- ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ମୃଗଶିରା- ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬