• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Febryary 2025: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ପ୍ରେମରେ ମିଳିବ ସଫଳତା

ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୯.୧୪ ଗତେ ୫ମୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 02 Feb 2025

ଉ, ଷାଢା- ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ

ଶ୍ରବଣା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳା ମାନେ ଐଶ୍ୱର‌୍ୟ୍ୟର ଅଧିକାରୀ ହୋଇପାରନ୍ତି

ଧନିଷ୍ଠା- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :