• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd Jan 2024:ଏହି ରାଶିର ବ୍ୟକ୍ତି ଆଜି ଯେଉଁ କାମ କରିବେ ସଫଳତା ମିଳିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୨ ମଙ୍ଗଳବାର ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୨୮ ଗତେ କନ୍ୟା ତିଥ- ୬ଷ୍ଠୀ ସନ୍ଧ୍ୟା ୦୫.୧୧ ଗତେ ୭ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ସନ୍ଧ୍ୟା ୦୬.୨୮ ଗତେ ବୃଷ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ

Pisces

ମୀନ

Tuesday 02 Jan 2024

ପୂ,ଭାଦ୍ରପଦ- ପରିବାରରେ ଯୋଜନାଗୁଡିକ ଠିକ୍‌ ଭାବେ ସମ୍ପୂର୍ଣ୍ଣ ହେବ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡ଼ିବ । ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।

ଉ,ଭାଦ୍ରପଦ- ପାରିବାରିକ ସମସ୍ୟା ସକାଶେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି । ବନ୍ଧୁଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅନ୍ୟମାନଙ୍କ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ରେବତୀ- ପୂର୍ବ ଯୋଜନାନୁଯାୟୀ ଆତ୍ମୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି । ସମ୍ପର୍କୀୟଙ୍କ ସହ ଆଲୋଚନା ବିଗିଡ଼ି ଯାଇପାରେ । ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :