ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର, ତିଥି – ୧୪ଶୀ ରାତ୍ରି ୦୮.୨୧ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର – ଦିବା ୦୧.୧୭ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ଅଶ୍ୱନୀ - ସ୍ନାୟୁ ଜନିତ ରୋଗରୁ ଆରାମ ମିଳିବ । ପରିବହନ, ନିର୍ମାଣ, କାରିଗରି, ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।
ଦ୍ୱିଜା - ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳା ମାନେ ଐଶ୍ୱର୍ଯ୍ୟର ଅଧିକାରୀ ହୋଇପାରନ୍ତି ।
କୃତିକା - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ରାଜନୀତିରେ ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ ।
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯