ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର, ତିଥି – ୧୪ଶୀ ରାତ୍ରି ୦୮.୨୧ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର – ଦିବା ୦୧.୧୭ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ବିଶାଖା - ଅଫିସିଆଲି ଟେନ୍ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ ।
ଅନୁରାଧା - କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ । ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।
ଜ୍ୟୋଷ୍ଠା - ଗୃହସୀମାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । କରୋଜ ପରିଶୋଧ କରିବାରେ ସକ୍ଷମ ହେବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯