ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ରବିବାର । ଚନ୍ଦ୍ର – ବିଛା ଅହୋରାତ୍ର, ତିଥି – ୧୪ଶୀ ରାତ୍ରି ୦୮.୨୧ ଗତେ ପୂର୍ଣ୍ଣିମା, ଘାତ ଚନ୍ଦ୍ର – ଦିବା ୦୧.୧୭ ଗତେ ତୁଳା ଓ କୁମ୍ଭ, ଘାତ ବାର – ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ
ମୂଳା - ବ୍ୟବସାୟୀମାନେ ପରିବହନରେ କାମ ହାସଲ କରିବେ । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧିପାଇବ । ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତି ଗ୍ରହଣ କରିବାକୁ ବାଧ୍ୟ ହେବେ ।
ପୂ, ଷାଢା - ହୃଦୟ ଜନିତ କୌଣସି ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇପାରେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ ।
ଉ, ଷାଢା - ସାବଧାନ ରହନ୍ତୁ ନହେଲେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନଚେତ୍ ଅଦଳବଦଳ ହୋଇଯାଇପାରେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ ।
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩