ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ। ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ।
ପୂ, ଭାଦ୍ରପଦ-ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ। ସାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ। ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ। ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି। ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ। ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ। ରେବତୀ- ରାଜନୀତି ବିରୋଧୀ ସମ୍ମୁଖୀନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩