• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Gemini

ମିଥୁନ

Wednesday 02 Oct 2024

ମୃଗଶିରା- କାର‌୍ୟ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ

ଆଦ୍ରା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରି ମାନ ଉଚ୍ଚଭିଳାଷୀ ହେବେ ।

ପୁନର୍ବସୁ- ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :