• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣ ଯୋଗ ରହିଛି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Friday 30 Dec 2022

ଅଶ୍ୱନୀ – ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ

ଦ୍ୱିଜା – ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ

କୃତିକା – ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ

ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :