• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଭ୍ରମଣ ଯୋଗ ରହିଛି

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Friday 30 Dec 2022

ମୃଗଶିରା - କୈାଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟାଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।

ଆଦ୍ରା - ଆୟ ଲାଗି ନୂଆ ଉତ୍ସ ସମ୍ମୁଖକୁ ଆସିବ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।

ପୁନର୍ବସୁ - ଦୈନଦିନ କାର୍ଯ୍ୟରେ ସଫଳତା ପାଇବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର – ମାଆ ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :