ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ପୁନର୍ବସୁ - ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋ ଗୁ ସମସ୍ତଙ୍କର ଆଦର ହେବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପୁଷ୍ୟା – ସାମାଜିକ କାର୍ୟ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଅଶ୍ଳେଷା - ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ପ୍ରତିକାର – ମାଆ ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨