ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ମୀନ (ଅହୋରାତ୍ର),ତିଥି- ୮ମୀ ସନ୍ଧ୍ୟା ୦୬.୩୪ ଗତେ ୯ମ,ଘାତ ଚନ୍ଦ୍ର- ଧନୁ ,(ଅହୋରାତ୍ର),ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ଉ , ଷାଢା - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ଶ୍ରବଣା – କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮