ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି-ଅମାବାସ୍ୟା ରାତ୍ରି ୦୩.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ,ପୁଷ୍କର ଦୋଷ- ନାସ୍ତି ।
ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ପୂ,ଫାଲଗୁନି- ଜରୁରୀ କାମ ପୂରା କରିବାରେ ସଫଳ ହେବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀ ମାନେ ପଢାପଢିରେ ଓ ପରିକ୍ଷାରେ କୃତକାର୍ୟ୍ୟ ହେବେ ।
ଉ,ଫାଲଗୁନି- ନୂଆ ଘର କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି । ସଭାସମିତିରେ ବନ୍ଧୁମିଳନ ଜନିତ ମନ ଖୁସି ରହିବ ।
ପ୍ରତିକାର –ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧