• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30th January 2023: ଆଜି ଏହି ରାଶିର ବ୍ୟକ୍ତି ନୂତନ ଜିନିଷ କ୍ରୟ କରିପାରନ୍ତି

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୯ମୀ ଦିବା ୧୨.୧୨ ଗତେ ୧୦ମୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମିଥୁନ,ପୁଷ୍କର ଦୋଷ – ୧ ପାଦ-କୁଟୁମ୍ଭହାନି-ତିଳକାଞନ ଦାନ ରାତ୍ରି ୧୦.୧୫ ପର୍ଯ୍ୟନ୍ତ ।

Aries

ମେଷ

Monday 30 Jan 2023

ଅଶ୍ୱନୀ- ମାନସିକ ସ୍ଥିତି ସାମାନ୍ୟ ବ୍ୟତିକ୍ରମ ଥାଇ ସୁଦ୍ଧା କର୍ମକ୍ଷେତ୍ରରେ ଅପ୍ରତିଦ୍ୱନ୍ଦ୍ୱୀ ରହିବେ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।

କୃତିକା- ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ ।

ଦ୍ୱିଜା- ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ।

ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :