ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଦିବା ୧୦.୨୮ ଗତେ ବିଛା । ତିଥି- ୧୨ଶୀ ରାତ୍ରି ୦୧.୧୭ ଗତେ ୧୩ଶୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – ବିଛା, ଧନୁ ଓ ମୀନ । ପୁଷ୍କର ଦୋଷ – ୨ ପାଦ ପଶୁ ଓ ବଂଶହାନୀ- ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୪.୦୯ ।
ମଘା- ଶ୍ୱାସ ଓ ହୃଦ ରୋଗୀମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଚ୍ଛା ହେବ ।
ପୂ , ଫାଲଗୁନୀ- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।
ଉ ,ଫାଲଗୁନୀ – ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦ୍ରୁତ ଅଗ୍ରଗତି କରିବେ ।
ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧