ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୧୪ଶୀ ଦିବା ୧୦.୩୦ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୨.୩୩ ଗତେ ୧ ପାଦ-କୃହିହାନି-ଭୂମିଦାନ ।
ପୁନର୍ବସୁ- ବ୍ୟବସାୟରେ ପିତାମାତାଙ୍କ ସାହାର୍ଯ୍ୟ ସହଯୋଗ ପାଇବେ । ପୂର୍ବ ସମସ୍ୟା ସମାଧାନ ହୋଇଯାଇଥିବା କାରଣରୁ ମନ ଏକପ୍ରକାର ଭଲ ରହିବ । ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ ।
ପୁଷ୍ୟା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟକୁ ହାତକୁ ନେବେ । ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ । ମହିଳା ମାନେ ଧର୍ମପରାୟଣ ହେବେ
ଅଶ୍ଲେଷା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ୟ୍ୟର ସଫଳତାରେ ବିଘ୍ନ ଆସିପାରେ ।
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୪