ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ ଶୀ ପ୍ରାତଃ ୦୭.୨୭ ଗତେ ୧୪ଶୀ । ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାତ୍ରି ୧୨.୧୫ ଗତେ ସିଂହ । ଘାତ ବାର- ମିଥୁନ । ପୁଷ୍କର ଦୋଷ- ସନ୍ଧ୍ୟା ୦୬.୫୮ ଗତେ ୧ ପାଦ- କୁଟୁମ୍ବହାନୀ- ତିଳକାଞ୍ଜନ ଦାନ ।
ଧନିଷ୍ଠା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୌଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି ।
ଶତଭିଷା- ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ ।
ପୂ, ଭାଦ୍ରପଦ- ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଉଚ୍ଚମନା ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ ।
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮