• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 31st August 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ଶନିବାର,ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୧୩ଶୀ ରାତ୍ରି ୦୩.୪୧ ଗତେ ୧୪ଶୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Saturday 31 Aug 2024

ମଘା- ପରିବାରରେ ଭୁଲ୍ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବନ୍ଧୁତ୍ୱ ସୃଷ୍ଟି ହେବ ।

ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଅସୁବିଧା ଆସିପାରେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ

ଉ,ଫାଲଗୁନି- ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ । ବ୍ୟବସାୟିକ ଦିଗଟି ଗତାନୁଗତିକ ରୀତିରେ ଗଡ଼ିଚାଲିବ । ବାଦ ବିବାଦ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :