ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୩୧ ତାରିଖ ମଙ୍ଗଳବାର । ଚନ୍ଦ୍ର- ଧନୁ ନିଶାନ୍ତ ୦୬.୦୧ ଗତେ ମକର,ତିଥି- ପ୍ରତିପଦ ରାତ୍ରି ୦୩.୨୨ ଗତେ ୨ ୟା ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ନିଶାନ୍ତ ୦୬.୦୧ ଗତେ ସିଂହ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୦୨ ଗତେ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୨ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ
ଚିତ୍ରା- ଲଢ଼େଇ କରି ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଯାନ୍ତ୍ରିକ ତ୍ରୁଟି କାରଣରୁ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ହେବ ନାହିଁ।ବ୍ୟବହାରରେ ପରିବର୍ତ୍ତନକରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ସ୍ୱାତୀ- କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ। ଅତୀତ ଘଟଣାର ସମୀକ୍ଷା କରିବେ। ଛାତ୍ରଛାତ୍ରୀ ମାନେ ବିଶେଷ ଫଳ ପ୍ରଦର୍ଶନ କରିବେ ନାହିଁ ।
ବିଶାଖା- ଶତ୍ରୁତା କାରଣରୁ ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଦୀର୍ଘଦିନର ଆଶା ପୂରଣ ହୋଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬