ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ମଙ୍ଗଳବାର ।ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୧୦ମୀ ଦିବା ୧୧.୫୪ ଗତେ ୧୧ଶୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।
କୃତିକା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ ।
ରୋହିଣୀ- ରାଜନେତାଙ୍କ ସାହା ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
ମୃଗଶିରା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ୟ୍ୟ ଅବସ୍ଥା ଅନୁକୂଳ ହେବ । ମହିଳା ମାନଙ୍କର ମିଷ୍ଠାର୍ଣ୍ଣ ଭୋଜନର ଯୋଗ ରହିଛି ।
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬