ସୌର ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୩୧ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୨ୟା ଦିବା ୦୧.୫୯ ଗତେ ୩ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୧.୫୯ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୦୪.୧୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ମୃଗଶିରା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର୍ୟ୍ୟର ସହ କରନ୍ତୁ
ଆଦ୍ରା- ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର୍ୟ୍ୟ ସହଯୋଗ ମିଳିବ । ଧୀରସ୍ଥିର ମନଦେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।
ପୁନର୍ବସୁ- ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ ।
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫