ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୦.୫୫ ଗତେ ଧନୁ,ତିଥି- ୬ଷ୍ଠୀ ରାତ୍ରି ୦୯.୩୧ ଗତେ ୭ମୀ,ଘାତଚନ୍ଦ୍ର- ରାତ୍ରି ୧୦.୫୫ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।
ମୃଗଶିରା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କୈାଣସି ନୂତନ ଯାନ, ବାହନ କିଣି ପାରନ୍ତି । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ଆଦ୍ରା- ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ ।
ପୁନର୍ବସୁ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫