ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୨୯ ଗତେ ତୁଳା, ତିଥି – ୧୧ଶୀ ଦିବା ୦୧.୪୬ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୨୯ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୧.୪୬ ଗତେ ୧ ପାଦ- ପଶୁସମ୍ପଦନାଶ- ଅନ୍ନଦାନ
ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ।
ହସ୍ତା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।
ଚିତ୍ରା – ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫