ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୨୯ ଗତେ ତୁଳା, ତିଥି – ୧୧ଶୀ ଦିବା ୦୧.୪୬ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୨୯ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୧.୪୬ ଗତେ ୧ ପାଦ- ପଶୁସମ୍ପଦନାଶ- ଅନ୍ନଦାନ
ବିଶାଖା – ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ
ଅନୁରାଧା – ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।
ଜ୍ୟେଷ୍ଠା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯