ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୩୧ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୬.୨୯ ଗତେ ତୁଳା, ତିଥି – ୧୧ଶୀ ଦିବା ୦୧.୪୬ ଗତେ ୧୨ଶୀ ,ଘାତ ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬.୨୯ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ଦିବା ୦୧.୪୬ ଗତେ ୧ ପାଦ- ପଶୁସମ୍ପଦନାଶ- ଅନ୍ନଦାନ
ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।
ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର୍ୟ୍ୟ ପାଇବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩