ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୩୧ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୦୯ ଗତେ ମୀନ,ତିଥି- ୮ମୀ ଦିବା ୦୯.୩୮ ଗତେ ୯ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ରାତ୍ରି ୧୧.୦୯ ଗତେ ଧନୁ ରାଶିର,ଘାତବାର- ବିଛା, ଧନୁ ଓ ମୀନ ରାଶିରପୁଷ୍କର ଦୋଷ- ପ୍ରାତଃ ୦୬.୧୩ ଗତେ ୧ ପଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୪୮ ପର୍ଯ୍ୟନ୍ତ ।
ମୂଳା- ସ୍ୱାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ହେବ । ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇବେ ।
ପୂ,ଷାଢା- ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱାଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ ।
ଉ,ଷାଢା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩