ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।
ମଘା- ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍ର କୌଣସି ସଂକଟଜନକ ସ୍ଥିତିର ସମାଧାନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ ।
ପୂ- ଫାଲ୍ଗୁନୀ- କର୍ମକ୍ଷେତ୍ରରେ ସାଧାରଣ କଥାରୁ ମନାନ୍ତର ଘଟିବାର ଆଶଙ୍କା ଦେଖାଦେଇପାରେ । ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି ।
ଉ- ଫାଲ୍ଗୁନୀ- ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ହୋଟେଲ ଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ମଧୁର ବ୍ୟବହାର ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କର ପ୍ରିୟପାତ୍ର ହେବେ ।
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।
ଶୁଭ ରଙ୍ଗ :ବାଇଗଣୀ
ଶୁଭ ସଂଖ୍ୟା :୧