• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।

Capricorn

ମକର

Wednesday 03 Apr 2024

ଉ , ଷାଢା - ଭାତୃ ସଂପର୍କରେ ଉନ୍ନତି ଘଟିବ । କୈାଣସି ଉନ୍ନତି ମୂଳକ କାର‌୍ୟ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଅଫିସରେ କାର‌୍ୟ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ବ୍ୟବସାୟରେ ଆଶା ଅନୁଯାୟୀ ଫଳ ମିଳିବ । 

ଶ୍ରବଣା – ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା  ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ । 

ଧନିଷ୍ଠା – ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :