• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd August 2023: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଅସୁବିଧାରେ ପଡ଼ିପାରନ୍ତି, ହଠାତ୍‌ ମିଳିପାରେ ସାହାଯ୍ୟ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି -  ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ  ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ

Virgo

କନ୍ୟା

Thursday 03 Aug 2023

ଉ- ଫାଲ୍‌ଗୁନୀ- ପ୍ରତିଶ୍ରୁତି ଅନୁଯାୟୀ ବନ୍ଧୁଙ୍କ ନିକଟରୁ ଅର୍ଥ ଲାଭକରି ଖୁସି ହେବେ। ଉପରିସ୍ଥ କର୍ମଚାରୀଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ହସ୍ତା- ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟ ମନ୍ଥର ହେବ।
ଚିତ୍ରା- ଟିକିଏ ଟିକିଏ କଥାରେ ଉତ୍ତେଜିତ ହୋଇପଡ଼ିବାରୁ ସମସ୍ୟା ବଢ଼ିବ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ରହିପାରନ୍ତି । ଘର କାମରେ କିମ୍ବା କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। 

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :