ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୩ ତାରିଖ, ଗୁରୁବାର। ଚନ୍ଦ୍ର – ମକର ରାତ୍ରି ୧୧.୨୬ ଗତେ କୁମ୍ଭ ତିଥି - ୨ୟା ଦିବା ୦୪.୧୭ ଗତେ ୩ୟା ଘାତ ଚନ୍ଦ୍ର –ମିଥୁନ ଓ ମୀନ ଅହୋରାତ୍ର ଘାତ ବାର –ତୁଳା ଓ କୁମ୍ଭ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ଦିବା ୦୪.୧୭ ପର୍ଯ୍ୟନ୍ତ
ଉ, ଷାଢା- ପୂର୍ବସ୍ଥିରୀକୃତ ଯୋଜନା ଠିକ୍ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ବନ୍ଧୁଙ୍କ ସହଯୋଗରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ଶ୍ରବଣା- କେତେକ କ୍ଷେତ୍ରରେ ସବୁ ଜାଣି ଶୁଣି ନୀରବଦ୍ରଷ୍ଟା ଭଳି କାମ କରିବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି। ନିଜ ବୁଦ୍ଧିମତ୍ତାର ପରିଚୟ ଦେଇ ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କୌଶଳ ପ୍ରୟୋଗ କରିପାରନ୍ତି।
ଧନିଷ୍ଠା- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୭