ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୨ୟା ଦିବା ୦୧.୦୯ ଗତେ ୩ୟା,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୧.୦୯ ଗତେ ୧ ପାଦ-କୃଷିହାନି-ଭୂମିଦାନ
ମୃଗଶିରା- ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।
ଆଦ୍ରା- ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ୟ୍ୟରେ ଭାଗନେଇ ଗଠନ ମୂଳକ କାର୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ଲୋକ ମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ
ପୁନର୍ବସୁ- ଆପଣଙ୍କର ବହୁତ କାମ ଅଧୁରା ରହିପାରେ । ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫