ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥି ଆସିବାର ସମ୍ଭାବନା ରହିଛି ।
ପୂ- ଫାଲ୍ଗୁନୀ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଉ- ଫାଲ୍ଗୁନୀ- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତ୍ରୁମାନେ ପୁନରାୟ ପଛରେ ଲାଗି ଯାଇପାରନ୍ତି ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧