ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ଉ, ଷାଢା- ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।
ଶ୍ରବଣା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାଯ୍ୟ ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶାଗତ ହୋଇପାରନ୍ତି ।
ଧନିଷ୍ଠା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟମାନଙ୍କୁ ଖୁସି ରଖିବ। ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ।
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮