ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଦିବା ୦୧.୧୭ ଗତେ ଧନୁ, ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୫.୦୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ପୂ, ଭାଦ୍ରପଦ - କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ । ଅତୀତ ଦିନର ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ।
ଉ, ଭାଦ୍ରପଦ - ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରିନେବେ । ଶିକ୍ଷାର୍ଥୀ ମାନେ ପଢାରେ ମନ ଦେବେ।
ରେବତୀ - ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରାଇପାରିବେ ନାହିଁ । ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ । ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି ।
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩