ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ବିଛା ଦିବା ୦୧.୧୭ ଗତେ ଧନୁ, ତିଥି – ପୂର୍ଣ୍ଣିମା ସନ୍ଧ୍ୟା ୦୫.୦୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ତୁଳା ଓ କୁମ୍ଭ ଅହୋରାତ୍ର, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି
ମୃଗଶିରା - ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ବିଳମ୍ବରେ ସଫଳତା ପାଇବେ । ପିଲାଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି କ୍ରୋଧ ପ୍ରକାଶ କରିପାରନ୍ତି।
ଆଦ୍ରା - ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ ।
ପୁନର୍ବସୁ- କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହୋଇପାରନ୍ତି । ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ ।
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫